ରାଜ୍ୟରେ ଉପରତଳ ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୪୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୭୮ଜଣ, ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ୧୨ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୫ଜଣ, ବୌଦ୍ଧ ଜିଲ୍ଲାରୁ ୨୮ଜଣ, କଟକ ଜିଲ୍ଲାରୁ ୨୨ଜଣ, ଦେଓଗଡ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୪ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୨ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନାଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୬ଜଣ, ସୋନପୁର ଜିଲ୍ଲାରୁ ୫ଜଣ, , ଷ୍ଟେଟ ପୁଲ୍ରୁ ୧୪ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୬୧୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୪୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୧୪୭୫୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୦୮୩୯୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।