ଓଡ଼ିଶାମୁଖ୍ୟ ଖବରରାଜନୀତି

ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ମୁମ୍ବାଇ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁମ୍ବଇଠାରେ ଆସନ୍ତା ୧୪ତାରିଖରେ ‘ଓଡ଼ିଶା ଇନଭେଷ୍ଟର୍ସ ମିଟ୍‍’ ଅନୁଷ୍ଠିତ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ନିବେଶକଙ୍କୁ ଭେଟିବା କାର୍ଯ୍ୟକ୍ରମ ସ୍ଥିର କରାଯାଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଆସନ୍ତା ୧୩ ତାରିଖରେ ୩ ଦିନିଆ ମୁମ୍ୱାଇ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ନଭେମ୍ୱରରେ ‘ମେକ୍‍ ଇନ୍‍ ଓଡ଼ିଶା-୨୦୨୨’ କନକ୍ଲେଭ୍‍ ହେବାକୁ ଯାଉଛି। ଏହି ସମ୍ମିଳନୀକୁ ନିବେଶକମାନଙ୍କୁ ନିମନ୍ତ୍ରଣ କରିବା ସହ ରାଜ୍ୟରେ ଥିବା ପୁଞ୍ଜିନିବେଶ ସୁଯୋଗର ପ୍ରଚାରପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ଏହି ଗସ୍ତ କରୁଥିବା ସୂଚନାମିଳିଛି। ଆସନ୍ତା ୧୪ ତାରିଖ ସନ୍ଧ୍ୟା ସାଢ଼େ ୬ଟାରେ ମୁମ୍ୱଇର ନରିମନ୍‍ ପଏଣ୍ଟରେ ଥିବା ହୋଟେଲ ଟ୍ରାଇଡେଣ୍ଟରେ ‘ଓଡ଼ିଶା ଇନଭେଷ୍ଟର୍ସ ମିଟ୍‍ ’ ଅନୁଷ୍ଠିତ ହେବ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ସଚିବ ସୁରେଶ କୁମାର ମହାପାତ୍ର, ଶିଳ୍ପ ସଚିବ ହେମନ୍ତ ଶର୍ମାଙ୍କ ସମେତ ବରିଷ୍ଠ ଅଧିକାରୀ ଓ ଫିକି ପଦାଧିକାରୀମାନେ ସାମିଲ ହେବା ସହ ନିବେଶକମାନଙ୍କ ସହ ଆଲୋଚନା କରିବେ। ଏହି କାର୍ଯ୍ୟକ୍ରମ ପାଇଁ ମୁଖ୍ୟ ସଚିବ ଶ୍ରୀ ମହାପାତ୍ରଙ୍କ ନେତୃତ୍ବରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମୁମ୍ବଇ ଗସ୍ତରେ ଯାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୩ ତାରିଖରେ ମୁମ୍ୱଇ ଗସ୍ତରେ ଯାଇ ୧୫ ତାରିଖରେ ଓଡ଼ିଶା ଫେରିବେ ବୋଲି ସୂଚନାରହିଛି।

 

Show More

Related Articles

Back to top button