ଦେଶସ୍ୱାସ୍ଥ୍ୟ

ଦେଶରେ ସାମାନ୍ୟ ସଂକ୍ରମଣ ବୃଦ୍ଧି,୨୪ ଘଣ୍ଟା ମଧ୍ୟରେ ୬,୪୨୨ କରୋନା ଚିହ୍ନଟ

ଆଜି ଦେଶରେ ଦୈନିକ ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଛି । ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬,୪୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୩୪ମୃତ୍ୟୁ ରେକର୍ଡ କରାଯାଇଛି । ସେହିପରି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୭ ହଜାର ତଳକୁ ଖସିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ପକ୍ଷରୁ ସୂଚନା ମିଳିଛି ।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୬,୪୨୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୫,୧୬,୪୭୯ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୩୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୨୫୦ରେ ପହଞ୍ଚିଛି। ମୃତ୍ୟୁସଂଖ୍ୟା ସଂଶୋଧନ କରି ଏଥିରେ କେରଳ ୪ଜଣଙ୍କ ମୃତ୍ୟୁ ସାମିଲ କରିଛି।

 

 

 

Show More

Related Articles

Back to top button