
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା କାଲି ପର୍ଯ୍ୟନ୍ତ ଲାଗି ରହିବ ବର୍ଷା । ଆସନ୍ତା ୨୪ ଘଣ୍ଟାରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ପଶ୍ଚିମ ଛତିଶଗଡ଼ ଓ ପୂର୍ବ ମଧ୍ୟପ୍ରଦେଶ ଆଡ଼କୁ ଗତି କରିବ ।
ତେବେ କେତେକ ଜିଲ୍ଲା ଯେପରିକି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼,ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଓ କଟକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି ବାଲେଶ୍ବର, ଭଦ୍ରକ,ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର,ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ,ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଅନୁଗୁଳ, ଢେଙ୍କାନାଳ ଓ କନ୍ଧମାଳର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏଥିପାଇଁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣିଂ ଜାରି କରାଯାଇଛି ।



