
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଆଜି ଅପରାହ୍ନ ୫ଟା ୩୦ ମିନିଟ୍ରେେ ଅନୁଷ୍ଠିତ ହେବାକୁ ଯାଉଛି ରାଜ୍ୟ କ୍ୟାବିନେଟ୍ ବୈଠକ । ଏହି ବୈଠକରେ ଏକାଧିକ ଗୁରୁତ୍ୱପୂର୍ଣ୍ଣ ବିଭାଗର ପ୍ରାୟ ୨୫ଟି ପ୍ରସ୍ତାବ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି। ଗ୍ରାମାଞ୍ଚଳରେ ପାନୀୟଜଳ ଯୋଗାଣ, ତୃଣମୂଳ ପ୍ରଶାସନକୁ ଅଧିକ ମଜଭୁତ୍ କରିବା, ବିଭିନ୍ନ କ୍ୟାଡର ରୁଲ୍ ସଂଶୋଧନ ଏବଂ ନିଯୁକ୍ତି ସମ୍ପର୍କିତ ନିଷ୍ପତ୍ତି ନିଆଯିବାର ଯଥେଷ୍ଟ ସମ୍ଭାବନା ରହିଛି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ପଞ୍ଚାୟତିରାଜ ଓ ପାନୀୟ ଜଳ, ଅର୍ଥ, ପୂର୍ତ୍ତ, ଜଳସେଚନ ଇତ୍ୟାଦି ବିଭାଗ ପ୍ରସ୍ତାବ ଆସିବାର ସମ୍ଭାବନା ରହିଛି।