ଦେଶରେ ୧୦ ହଜାର ତଳେ ରହିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୫,୩୮୩ ଜଣ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ରୋକ୍ ଲାଗିଛି । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ।
ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଅଧିକାଂଶ ସମୟରେ ଦେଶରେ ସଂକ୍ରମଣ ଅପେକ୍ଷା ସୁସ୍ଥସଂଖ୍ୟା ଅଧିକ ରହୁଥିବା ଦେଖାଯାଉଛି । ସୁସ୍ଥ ସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ ୪୫,୨୮୧ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୧.୬୮%କୁ ବୃଦ୍ଧି ପାଇଛି ।
ସେହିପରି ଆଜି ପର୍ଯ୍ୟନ୍ତ ୫,୨୮,୪୨୯ ହଜାର କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏବେ ସୁଦ୍ଧା ଦେଶରେ ୮୯.୩୦ କୋଟି କୋରୋନା ଟେଷ୍ଟିଂ କରାଯାଇଛି ।