ଓଡ଼ିଶାରାଜନୀତି

ଦଳୀୟ ନେତା ଏବଂ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନୂଆ ଦାୟିତ୍ୱ

ଆଜି ଦଳୀୟ ନେତା ଏବଂ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ଦାୟିତ୍ୱ ଦେଇଛନ୍ତି ।ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଭାବେ ଦେଇଛନ୍ତି ଏହି ଦାୟିତ୍ୱ । ତେବେ ଆସନ୍ତୁ ଦେଖିବା କାହାକୁ କେଇଁ ଜିଲ୍ଲାର ଦାୟିତ୍ୱ ଦିଆଯାଇଛି ।

-ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କୁ ଅନୁଗୁଳ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତି କରାଯାଇଛି

– ସେହିପରି ଉଚ୍ଚ ଶିକ୍ଷା ମନ୍ତ୍ରୀ ରୋହିତ ପୁଜାରୀଙ୍କୁ ବଲାଙ୍ଗୀର ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତି କରାଯାଇଛି ।

-ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟଙ୍କୁ ବରଗଡ଼

-ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କୁ ଭଦ୍ରକ

-କଣ୍ଟାମାଳ ବିଧାୟକ ମହିଧର ରାଣାଙ୍କୁ ବୌଦ୍ଧ

-ନିଆଳି ବିଧାୟକ ପ୍ରମୋଦ କୁମାର ମଲିକଙ୍କୁ କଟକ

-ଯୋଜନା ଓ ସମନ୍ବୟ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କୁ ଦେବଗଡ଼

-ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ରମ୍‌ଙ୍କୁ ଢେଙ୍କାନାଳ

-ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକାଙ୍କୁ ଗଜପତି

-ପୂର୍ତ୍ତ, ଖଣି ଏବଂ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କୁ ଗଞ୍ଜାମ

-ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲିକଙ୍କୁ ଜଗତ୍‌ସିଂହପୁର

-ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶଙ୍କୁ ଯାଜପୁର

-ଗ୍ର‌ାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇଙ୍କୁ ଝାରସୁଗୁଡ଼ା

-ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସଙ୍କୁ କଳାହାଣ୍ଡି

-ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କୁ କନ୍ଧମାଳ

-କୃଷି, ମତ୍ସ୍ୟ ଓ ପଶୁ ସଂପଦ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତି କରାଯାଇଛି ।

-ଏହା ସହ ପାଟଣା ବିଧାୟକ ଜଗନ୍ନାଥ ନାୟକଙ୍କୁ କେନ୍ଦୁଝର

-ବେଗୁନିଆ ବିଧାୟକ ରାଜେନ୍ଦ୍ର କୁମାର ସାହୁଙ୍କୁ ଖୋର୍ଦ୍ଧା

-କୋରାପୁଟ ବିଧାୟକ ରଘୁରାମ ପାଦଲଙ୍କୁ କୋରାପୁଟ

-ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି‌ ବେହେରାଙ୍କୁ ମାଲକାନଗିରି

-ପର୍ଯ୍ୟଟନ ମନ୍ତ୍ରୀ ଅଶ୍ବିନୀ ପାତ୍ରଙ୍କୁ ମୟୂରଭଞ୍ଜ

-ଡାବୁଗାଁ ବିଧାୟକ ମନୋହର ରାନ୍ଧାରୀଙ୍କୁ ନବରଙ୍ଗପୁର

-ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନଙ୍କୁ ନୟାଗଡ଼

-ଜଳ ସଂପଦ ମନ୍ତ୍ରୀ ଟୁକୁନି ସାହୁଙ୍କୁ ନୂଆପଡା

-ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ପୁରୀ

-ଖାଦ୍ୟ ଯୋଗାଣ ଓ ସମବାୟ ମନ୍ତ୍ରୀ ଅତନୁ ସବ୍ୟସଚୀଙ୍କୁ ରାୟଗଡ଼ା

-ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କୁ ସମ୍ବଲପୁର

-ପଞ୍ଚାୟତିରାଜ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତଙ୍କୁ ସୁବର୍ଣ୍ଣପୁର

-ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କୁ ସୁନ୍ଦରଗଡ଼ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି।

Show More

Related Articles

Back to top button