ଓଡ଼ିଶାସ୍ୱତନ୍ତ୍ର

ଆଉ ୩ମାସ ପାଇଁ ମାଗଣା ଚାଉଳ ପାଇବେ ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ

ଆଉ ୩ମାସ ପାଇଁ ମାଗଣା ଚାଉଳ ପାଇବେ ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତିନି ମାସ ପର୍ଯ୍ୟନ୍ତ ଅତିରିକ୍ତ ୫ କେ.ଜି ଚାଉଳ ଯୋଗାଇ ଦେବା ପାଇଁଁ ନିର୍ଦ୍ଦେଶ ଦେଇଛନ୍ତି।

ଅକ୍ଟୋବର, ନଭେମ୍ବର ଓ ଡିସେମ୍ବର ୨୦୨୨, ଏହି ତିନି ମାସ ପାଇଁ ହିତାଧିକାରୀ ମାନେ ଏନଏଫଏସଏ ହିତାଧିକାରୀମାନଙ୍କ ପରି ମୁଣ୍ଡପିଚ୍ଛା ମାସକୁ ୫ କେ.ଜି ଲେଖାଏ ଅତିରିକ୍ତ ଚାଉଳ ମାଗଣାରେ ପାଇପାରିବେ। ଏଥିପାଇଁ ରାଜ୍ୟ ସରକାର ୪୯ କୋଟି ଟଙ୍କା ଖର୍ଚ୍ଚ କରି ୧୩,୫୭୫ ମେଟ୍ରିକ ଟନ୍ ଚାଉଳ ହିତାଧିକାରୀଙ୍କୁ ଯୋଗାଇ ଦେବେ । ତେଣୁ ଏଥିରେ ୨.୯୨ ଲକ୍ଷ ପରିବାରର ୯.୦୫ ଲକ୍ଷ ହିତାଧିକାରୀ ଉପକାର ପାଇପାରିବେ।

 

Show More

Related Articles

Back to top button