ଓଡ଼ିଶାପାଣିପାଗ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଅତି ପ୍ରବଳ ବର୍ଷା ସମ୍ଭାବନା

ବର୍ତ୍ତମାନ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ଅବସ୍ଥିତ ରହିଛି ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ । ସମୁଦ୍ର ପତନଠାରୁ ୩.୧ କିଲୋମିଟର ପର୍ଯ୍ୟନ୍ତ ଏହା ବିସ୍ତାରିତ ରହିଛି । ଏହାର ପ୍ରଭାବରେ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉପକୂଳ ଓଡିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେେ ବର୍ଷା ଏବଂ ବଜ୍ରପାତର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୧୯ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

 ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୪ ଅକ୍ଟୋବର (ଶୁକ୍ରବାର) ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଂଜ, ଢ଼େଙ୍କାନାଳ, ଅନୁଗୁଳ, କନ୍ଧମାଳ, ରାୟଗଡ଼ା, ମାଲକାନାଗିରି ଓ କୋରପୁଟ ପ୍ରଭୃତି ୧୯ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

 

Show More

Related Articles

Back to top button