ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ ଉପରତଳ ଦୈନିକ ସଂକ୍ରମଣ,୨୪ ଘଣ୍ଟା ମଧ୍ୟରେ ୩୯ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଉପରତଳ ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

୯ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୩ ଜଣ, କଟକରୁ ୭ ଜଣ, ଖୋର୍ଦ୍ଧାରୁ ୬ ଜଣ, ସମ୍ବଲପୁରରୁ ୫ ଜଣ, ବରଗଡ଼ ଓ ନୂଆପଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ, ବଲାଙ୍ଗୀର ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୯୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Show More

Related Articles

Back to top button