ଓଡ଼ିଶାସ୍ୱାସ୍ଥ୍ୟ

ଗତ ୨୪ ଘଣ୍ଟାରେ ଦେଶରେ ୧,୧୦୮ କରୋନା ସଂକ୍ରମିତଙ୍କ ଚିହ୍ନଟ

ଦେଶରେ ସଂକ୍ରମଣ ଦିନେ ବଢିଲେ ଦିନେ କମୁଛି । ଗତକାଲି ୮୨୯ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ୧,୧୦୮ କରୋନା ସଂକ୍ରମିତଙ୍କ ଚିହ୍ନଟ ହୋଇଛନ୍ତି ।

ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨ ରହିଛି ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା ୨୦ ହଜାର ୮୨୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨୧ ହଜାର ୬୦୭ ଥିଲା। ସେହିପରି ୨୪ ଘଣ୍ଟାରେ ୧ ହଜାର ୮୯୨ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧ ହଜାର ୭୭୧ ଥିଲା।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୯୮୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୪୬ ହଜାର ୮୮୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୦ ଲକ୍ଷ ୯୭ ହଜାର ୭୨ ଜଣ ସୁସ୍ଥ ହୋଇ ସାରିଛନ୍ତି।

Show More

Related Articles

Back to top button