ରାଜ୍ୟରେ ଉପରତଳ ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ଟ୍ଵିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କଟକ, ଜଗତସିଂହପୁର, ନବରଙ୍ଗପୁର ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଁଏ, ବଲାଙ୍ଗୀର, ଖୋର୍ଦ୍ଧା, ନୟାଗଡ଼ ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, କଳାହାଣ୍ଡି, କୋରାପୁଟ, ମୟୂରଭଞ୍ଜ ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।