ଆଇନ କାନୁନମନୋରଞ୍ଜନମୁଖ୍ୟ ଖବରସେଲିବ୍ରିଟି

ଶାଶୁଘର ଚାବି ଫେରାଇଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

କଟକ : ଶାଶୁଘର ଚାବି ଫେରାଇଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। କଟକ ଏସ୍‌ଡିଜେଏମ୍‌ କୋର୍ଟରେ ସେ ଆଜି ଚାବି ଦାଖଲ କରିଛନ୍ତି। ଅନ୍ୟପକ୍ଷରେ ପରିବାର ଅଦାଲତରେ ବର୍ଷାଙ୍କ ସାକ୍ଷ୍ୟଗ୍ରହଣ ହୋଇଛି। ନଭେମ୍ୱର ୨ ତାରିଖ ସୁଦ୍ଧା ଚାବି ଫେରାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହି ଚାବି ଅନୁଭବ କିମ୍ବା ତାଙ୍କ ଓକିଲଙ୍କୁ ପ୍ରଦାନ କରିବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଯଦି ଅନୁଭବ ଏହି ଚାବିକୁ ଗ୍ରହଣ ନ କରନ୍ତି, ତାହାହେଲେ ବର୍ଷା କୋର୍ଟରେ ଜମା କରିବାକୁ ଏସ୍‌ଡିଜେଏମ୍ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଆଜି ବର୍ଷା ଚାବି ଫେରାଇଥିଲେ। କୋର୍ଟଙ୍କ ପୂର୍ବ ଆଦେଶ ସତ୍ତ୍ୱେ ବର୍ଷା ଶାଶୁଘର ଚାବି ଫେରାଉନଥିଲେ। ଯାହା ବିରୋଧରେ ଅନୁଭବ କୋର୍ଟକୁ ଯାଇଥିଲେ। ବର୍ଷାଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ। ଉଭୟ ପକ୍ଷଙ୍କୁ ଶୁଣିବା ପରେ ଚାବି ଫେରାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ।

 

Show More

Related Articles

Back to top button