ଓଡ଼ିଶାଦେଶମୁଖ୍ୟ ଖବରଶିକ୍ଷା

ଆଜିଠୁ ଆରମ୍ଭ ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷା ଖାତା ଦେଖା

ଭୁବନେଶ୍ୱର : ଆଜିଠାରୁ ଆରମ୍ଭ ହେଲା ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷାର ଖାତା ଦେଖା। ମୋଟ ୫୬ଟି କେନ୍ଦ୍ରରେ ଖାତା ଦେଖାଯାଉଛି। ୧୨୪୦ଶିକ୍ଷକ ଖାତା ମୂଲ୍ୟାୟନ ପକ୍ରିୟାରେ ନିୟୋଜିତ ହୋଇଛନ୍ତି। ସକାଳ ୯ଟାରୁ ଖାତା ଦେଖା ଆରମ୍ଭ ହୋଇ ୫ଟା ଯାଏ ଚାଲିବ।  ୧୦ ଦିନ ମଧ୍ୟରେ ଖାତା ଦେଖା ସାରିବାକୁ ଲକ୍ଷ୍ୟ ରଖିଛି ବୋର୍ଡ।

ଖାତାଦେଖା କେନ୍ଦ୍ରକୁ ନିରୀକ୍ଷକଙ୍କ ମୋବାଇଲ ନେବା ଉପରେ କଟକଣା ଜାରି କରାଯାଇଛି। ଚଳିତ ବର୍ଷ ନଭେମ୍ବର ୨୩ରୁ ସମ୍ମେଟିଭ -୧ ପରୀକ୍ଷା ଆରମ୍ଭ ହୋଇ ୩୦ତାରିଖ ପର୍ଯ୍ୟନ୍ତ ଚାଲିଥିଲା।

ଚଳିତ ବର୍ଷ ୫ ଲକ୍ଷ ୪୦ ହଜାର ୭୧୨ ଜଣ ପରୀକ୍ଷାର୍ଥୀ ୩୦୨୯ଟି କେନ୍ଦ୍ରରେ ପରୀକ୍ଷା ଦେଇଥିଲେ। ସେହିପରି ମଧ୍ୟମାରେ ୨ ହଜାର ୯୧୪ ଜଣ ପରୀକ୍ଷାର୍ଥୀଙ୍କ ପାଇଁ ୧୦୮ ଟି କେନ୍ଦ୍ର ହୋଇଥିବା ବେଳେ ଓପନ୍ ସ୍କୁଲ ସାର୍ଟିଫିକେଟ ପାଇଁ ୭୧୮୧ ଜଣ ପରୀକ୍ଷାର୍ଥୀ ୧୪୬ଟି କେନ୍ଦ୍ରରେ ପରୀକ୍ଷା ଦେଇଥିଲେ। ଦଶମ ଛାତ୍ରଛାତ୍ରୀଙ୍କ ପାଇଁ ବେଶ୍ ଗୁରୁତ୍ୱ ବହନ କରୁଥିବା ଏହି ପରୀକ୍ଷାକୁ ସୁରୁଖୁରୁରେ କରିବା ପାଇଁ ବୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା । ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବା ପାଇଁ ସ୍ୱତନ୍ତ୍ର ସ୍କ୍ୱାଡ ଗଠନ ମଧ୍ୟ କରାଯାଥିଲା। ପରୀକ୍ଷା କେନ୍ଦ୍ର ଭିତରକୁ ମୋବାଇଲ୍ ନେବାକୁ ଅନୁମତି ଦିଆଯାଇ ନ ଥିଲା। ପରୀକ୍ଷାର୍ଥୀ କେବଳ ପେନ ଓ ଆଡମିଟ କାର୍ଡ ବ୍ୟତୀତ ଅନ୍ୟ କିଛି ନେବେନି ବୋଲି କହିଥିଲେ ବୋର୍ଡ ସଭାପତି।

Show More

Related Articles

Back to top button