Breaking PLUSଓଡ଼ିଶାମୁଖ୍ୟ ଖବର

ଗାଈ ଗୋରୁ ଛାଡିଲେ ଉଠାଇ ନେବ ବିଏମସି

ଗାଈ ଗୋରୁଙ୍କ ମୁକ୍ତ ବିଚରଣ ରୋକିବାକୁ ନୂଆ ଗାଇଡଲାଇନ୍

() ଏଣେତେଣେ ଗାଈ ଗୋରୁ ଛାଡିଲେ ଉଠାଇ ନେବ ବିଏମସି । ରାଜଧାନୀ ରାଜରାସ୍ତାରେ ବୁଲା ଗାଈଗୋରୁଙ୍କୁ ମୁକ୍ତ ବିଚରଣ ରୋକିବାକୁ ବିଏମ୍‌ସି ନୂଆ ଗାଇଡଲାଇନ୍ ଜାରି କରିଛି। ଏଣିକି ଗାଈଗୋରୁଙ୍କୁ ରାସ୍ତା କିମ୍ବା ଏଣେତେଣେ ଛାଡ଼ିପାରିବେନି ମାଲିକ। ଯଦି ଛାଡ଼ିବେ, ତେବେ ବିଏମସି ସେଭଳି ଗାଈଗୋରୁଙ୍କୁ ଗୋଶାଳାକୁ ଉଠାଇ ନେବ।

ଆଉ ଯେଉଁ ମାଲିକ ସେମାନଙ୍କ ଗାଈ ବୋଲି ଦାବି କରିବେ, ସେମାନଙ୍କ ବିରୋଧରେ ଆଇନ୍ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ବିଏମ୍‌ସି କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଏନେଇ ଅନୁଷ୍ଠିତ ଏକ ବୈଠକରେ ଏ ସମ୍ପର୍କିତ ନିଷ୍ପତ୍ତି ନିଆଯଇଛି।

Show More

Related Articles

Back to top button