Breaking PLUSଓଡ଼ିଶାମୁଖ୍ୟ ଖବର

24 ଘଣ୍ଟାରେ କାଳବୈଶାଖୀ ଝଡବର୍ଷା

13ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟରେ ମୌସୁମୀ ପ୍ରବାହ ଏବେ ଦୁର୍ବଳ ରହିଛି। ଅନ୍ୟପକ୍ଷରେ ମୌସୁମୀ ନିମ୍ନ ଚାପ-ରେଖା ମଙ୍ଗଳବାର ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ଅବସ୍ଥାନ କରୁଛି ଏବଂ ଏହା ଆଜି ଉତ୍ତରପ୍ରଦେଶର ମଧ୍ୟଦେଇ ପଶ୍ଚିମବଙ୍ଗର ବାଲୁରଘାଟରୁ ପୂର୍ବ ଦିଗରେ ମଣିପୁର ଯାଏଁ ଲମ୍ବିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ବେଳେ ଅଗଷ୍ଟ ୧୭/୧୮ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବୁଧବାର ଅପରାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ ଓ କନ୍ଧମାଳ ପ୍ରଭୃତି ରାଜ୍ୟର ୧୩ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହଛିି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Show More

Related Articles

Back to top button