କମିଲା ସୁନାଦର ଜାଣନ୍ତୁ କେତେ ରହିଛି ଦର

ସୁନା ରୂପା କିଣିବାକୁ ଚାହୁଁଥିୁବା ଗ୍ରାହକଙ୍କ ପାଇଁ ଆସିଛି ଖୁସି ଖବର। ଖସିଲା ସୁନା ଦର ତେବେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୪, ୯୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୫୯,୯୫୦ ଟଙ୍କା ରହିଛି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୫୪,୯୫୦ ରହିଛି ଯାହାକି ଗତ କାଲି ଥିଲା ୫୫,୪୧୦ ଟଙ୍କା। ସେହିପରି ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ରହିଛି ୫୯,୯୫୦ ଯାହାର ମୁଲ୍ୟ ଗତ କାଲି ଥିଲା ୬୦, ୪୫୦ ଟଙ୍କା। ତେବେ ଗତ କାଲି ଅପେକ୍ଷା ଦଶ ଗ୍ରାମ ପିଛା ୨୪ କ୍ୟାରେଟ ସୁନା ଦାମ ୫୦୦ ଟଙ୍କା ହ୍ରାସ ପାଇଛି। ସେହିପରି ଦେଶର ପ୍ରମୁଖ ସହରମାନଙ୍କରେ ମଧ୍ୟ ସୁନା ମୂଲ୍ୟ ଗତ କାଲି ଅପେକ୍ଷା ଆଜି ହ୍ରାସ ପାଇଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ୫୪,୯୫୦ ଟଙ୍କା ଓ ୫୯,୯୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୧୦୦ ଟଙ୍କା ଓ ୬୦,୧୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ସୁନାର ମୂଲ୍ୟ ୫୫,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୧୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୯୫୦ ଟଙ୍କା ଓ ୫୯,୯୫୦ ଟଙ୍କା ରହିଛି।