Breaking PLUSଓଡ଼ିଶାମୁଖ୍ୟ ଖବର
କାଲି ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର !
ଭୁବନେଶ୍ବର: ଆସନ୍ତା ୨୨ ତାରିଖ ସୁଦ୍ଧା ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ଉତ୍ତର-ପୂର୍ବ ଦିଗରେ ଗତି କରିବ। ପରବର୍ତ୍ତୀ ସମୟରେ ଅଧିକ ଘନିଭୂତ ହୋଇ ୨୪ତାରିଖ ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ରୂପ ନେଇପାରେ। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୪ ଓ ୨୫ ତାରିଖରେ ରାଜ୍ୟର କିଛି ଅଞ୍ଚଳରେ ହାଲୁକା ବର୍ଷା ଏବଂ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସତର୍କ କରିଛି।