Breaking PLUSଦେଶମୁଖ୍ୟ ଖବର

ଚାଇଲ୍ଡ ପର୍ଣ୍ଣୋଗ୍ରାଫିକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ରାୟ

ନୂଆଦିଲ୍ଲୀ- ସୁପ୍ରିମ କୋର୍ଟଙ୍କ ବଡ଼ ରାୟ। ଚାଇଲ୍ଡ ପର୍ଣ୍ଣୋଗ୍ରାଫି ଅର୍ଥାତ୍ ୧୮ବର୍ଷରୁ କମ୍‌ ବୟସ୍କଙ୍କୁ ଅଶ୍ଳୀଳ ଭାବେ ଚିତ୍ରଣ କରିବା ଅପରାଧ। ସେମାନଙ୍କ ନ୍ୟୁଡ୍ କଣ୍ଟେଣ୍ଟକୁ ଇଲେକ୍ଟ୍ରୋନିକ୍ସ କିମ୍ୱା ଅନ୍ୟ କୌଣସି ଫର୍ମାଟରେ ପ୍ରକାଶ କରିବା ଏବଂ ଏହାକୁ ଅନ୍ୟମାନଙ୍କୁ ପଠାଇବା ଅପରାଧ ଭାବରେ ବିବେଚନା କରାଯିବ। ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି ଯେ ଚାଇଲ୍ଡ ପର୍ଣ୍ଣୋଗ୍ରାଫି ଡାଉନଲୋଡ୍ କିମ୍ବା ଦେଖିବା POCSO ଅଧିନିୟମ ଅନୁଯାୟୀ ଅପରାଧ ।

ଚାଇଲ୍ଡ ପର୍ଣ୍ଣୋଗ୍ରାଫି ବୃଦ୍ଧି ପାଉଥିବା ମାମଲାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ୨୦୧୯ ମସିହାରେ POCSO ଆକ୍ଟରେ ପରିବର୍ତ୍ତନ କରିଥିଲେ। ଧାରା ୧୪ ଏବଂ ୧୫ ଅନୁଯାୟୀ, ଯଦି କେହି ଚାଇଲ୍ଡ ପର୍ଣ୍ଣୋଗ୍ରାଫି ଡାଉନଲୋଡ୍ କରନ୍ତି, ସେୟାର କରନ୍ତି କିମ୍ବା ଦେଖନ୍ତି ତେବେ ତାଙ୍କୁ ୩ବର୍ଷ ପର୍ଯ୍ୟନ୍ତ ଜେଲ ଦଣ୍ଡ, ଜୋରିମାନା କିମ୍ବା ଉଭୟ ଦଣ୍ଡରେ ଦଣ୍ଡିତ କରାଯାଇପାରେ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button