Breaking PLUSଓଡ଼ିଶାମୁଖ୍ୟ ଖବର

ଯାଜପୁରରୁ ବିଜେଡିକୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର- ଯାଜପୁରରୁ ବିଜେଡିକୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନଗଡ଼ା ପ୍ରସଙ୍ଗ ଉଠାଇ କହିଛନ୍ତି, ଯାଜପୁରର ନଗଡ଼ା ଅପପୃଷ୍ଟି କଥା ରାଜ୍ୟ ନୁହେଁ ପୁରା ଦେଶରେ ଚର୍ଚ୍ଚା ଥିଲା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଖାଇବାକୁ ନ ପାଇ ପ୍ରାୟ ୧୫ ଶିଶୁଙ୍କ ଜୀବନ ଯାଇଥିଲା । ଯାଜପୁରର ଗୁରୁବାରୀ ମାଉସୀ ଚାକୁଣ୍ଡା ପତ୍ର ଭାଜି ଖାଇଥିଲେ । ୨୪ ବର୍ଷ ଭିତରେ କି ବିକାଶ ହୋଇଛି, ଆହୁରି ସମୟ ମାଗୁଛନ୍ତି । ୨୪ ବର୍ଷ ଶାସନରେ ବିକାଶ ନାଁରେ ବିଜୁ ଜନତା ଦଳ ବିନାଶ କରିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ସେ କହିଛନ୍ତି, ଧର୍ମଶାଳା ପିଇଓ ସ୍ମିତାରାଣୀ ମୃତ୍ୟୁ ମାମଲାର ତଦନ୍ତ ହେବ । ଯିଏ ବି ଦୋଷୀ ଥିବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ । ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଦଣ୍ଡ ଦେବୁ । ପୂର୍ବ ସରକାର ନାରୀକୁ କେତେ ସମ୍ମାନ ଦେଇଛନ୍ତି, ତାହା ଆମେ ଦେଖିଛୁ । ଧର୍ମଶାଳା ପିଇଓ ସ୍ମିତାରାଣୀଙ୍କୁ ନିର୍ମମ ଭାବେ ହତ୍ୟା କରାଗଲା । ତାଙ୍କୁ ନ୍ୟାୟ ଦେବା ପରିବର୍ତ୍ତେ କୁଜି ନେତାଙ୍କୁ ଘଣ୍ଟ ଘୋଡ଼ାଇ ରଖିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

 

Show More

Related Articles

Leave a Reply

Your email address will not be published. Required fields are marked *

Back to top button