Breaking PLUSଓଡ଼ିଶାମୁଖ୍ୟ ଖବର

ଜିଲ୍ଲା ଭିତ୍ତିକ ସ୍ଥାୟୀ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ କୋରାପୁଟ୍‌ ବନ୍ଦ

କୋରାପୁଟ- ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ଅବିଭକ୍ତ କୋରାପୁଟ ଜିଲ୍ଲାର ମାଲକାନଗିରି, ସମେତ ନବରଙ୍ଗପୁର, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଶୁକ୍ରବାର ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ବିଶେଷ କରି ସି. ଓ ବି. ଗ୍ରୁପରେ ସରକାର ଯେଉଁ ନିଯୁକ୍ତି କରିଛନ୍ତି ସେଥିରେ ସ୍ଥାନୀୟ ଜିଲ୍ଲାର ପିଲାମାନଙ୍କୁ ନିଯୁକ୍ତି କରାନଯାଇ ବାହାର ଜିଲ୍ଲା ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯାଉଥିବା କାରଣରୁ ସ୍ଥାନୀୟ ଶିକ୍ଷିତ ପିଲାମାନେ ଉପେକ୍ଷିତ ହେଉଥିବା ଅଭିଯୋଗ ହୋଇଛି। ତେଣୁ ସରକାର ସେହି ନିୟମ ପ୍ରତ୍ୟାହାର କରି ଜିଲ୍ଲା ଭିତ୍ତିକ ନିଯୁକ୍ତି ନିମନ୍ତେ ନିୟମ ପ୍ରଣୟନ କରି ଜିଲ୍ଲାର ପ୍ରାର୍ଥୀମାନଙ୍କୁ ସି ଓ ବି ଗ୍ରୁପରେ ନିଯୁକ୍ତି କରିବା ଦାବିରେ କୋରାପୁଟ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ ଟାରୁ ଲକ୍ଷ୍ମୀପୁର ଆମ୍ବେଦକର ଛକ ନିକଟରେ ୩୨୬ ନମ୍ବର ରାଞ୍ଚି – ବିଜାଓ୍ବାଡା ଜାତୀୟ ରାଜପଥକୁ ଅବରୋଧ କରାଯାଇଛି। ଫଳରେ ରାସ୍ତାର ଉଭୟ ପାର୍ଶ୍ବରେ ବସ ଟ୍ରକ ସହିତ ଯାନବାହାନ ଅଟକି ରହିଛି। ସେହିପରି ଦୋକାନ ବଜାର ମଧ୍ୟ ବନ୍ଦ ରହିଛି। ମିଳିତ କ୍ରିୟାନୁଷ୍ଠାନ କମିଟିର କର୍ମକର୍ତ୍ତା ମାନଙ୍କ ସହିତ ସ୍ଥାନୀୟ ଯୁବକ ମାନେ ଏଥିରେ ସାମିଲ ହୋଇଛନ୍ତି। ଶାନ୍ତି ଶୃଙ୍ଖଳା ପାଇଁ ପୁଲିସ ନିୟୋଜିତ ରହିଛନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button