Breaking PLUSଓଡ଼ିଶାମୁଖ୍ୟ ଖବର

ଆଜିଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର-  ଆଜିଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମାଓ ମୁକାବିଲା ବୈଠକରେ ଯୋଗଦେବେ । ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । କେନ୍ଦ୍ର ମନ୍ତ୍ରୀମାନଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି ।

ଆସନ୍ତାକାଲି (ସୋମବାର) କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ ଅଧ୍ୟକ୍ଷତାରେ ଦିଲ୍ଲୀରେ ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ରହିଛି। ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଏହି ବୈଠକ ବସିବ। ଏଥିରେ ଓଡିଶା , ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ବିହାର , ଛତିଶଗଡ, ମହାରାଷ୍ଟ୍ର, ଝାଡଖଣ୍ଡ ଏବଂ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗଦେବେ। ମାଓ ପ୍ରଭାବିତ ରାଜ୍ୟ ଗୁଡିକୁ ବିକାଶମୂଳକ ସହଯୋଗ କ୍ଷେତ୍ରରେ କାର୍ଯ୍ୟ କରୁଥିବା ୫ଜଣ କେନ୍ଦ୍ରମନ୍ତ୍ରୀ ମଧ୍ୟ ଏହି ବୈଠକରେ ସାମିଲ ରହିବେ। ସେହିଭଳି ଅତିରିକ୍ତ ଜାତୀୟ ସୁରକ୍ଷା ପରାମର୍ଶଦାତା ଙ୍କ ସମେତ କେନ୍ଦ୍ର ଓ ରାଜ୍ୟ ବହୁ ବରିଷ୍ଠ ଅଧିକାରୀ ଓ କେନ୍ଦ୍ରୀୟ ସଶସ୍ତ୍ରବଳର ଅଧିକାରୀମାନେ ମଧ୍ୟ ସାମିଲ ହେବେ ବୋଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button