Breaking PLUSଓଡ଼ିଶାମୁଖ୍ୟ ଖବର
ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ
ଭୁବନେଶ୍ୱର – ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ୨୩ ସୁଦ୍ଧା ଲଘୁଚାପ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୨୧ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । କ୍ରମେ ଘନୀଭୂତ ହୋଇ ୨୩ ତାରିଖରେ ଲଘୁଚାପ ରୂପ ନେବ । ପରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଅବପାତ ରୂପ ନେବ । ତେବେ ଲଘୁଚାପର ପ୍ରଭାବ କିଭଳି ରହିବ, ଏଯାଏଁ ସ୍ପଷ୍ଟ ହୋଇନି ।