Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର- ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆସନ୍ତା ୬ ପର୍ଯ୍ୟନ୍ତ କେତେକ ଜିଲାରେ ବର୍ଷା ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ ଗଞ୍ଜାମର ପାତ୍ରପୁରରେ ସର୍ବାଧିକ ୪୨.୪ ମି.ମି., ଚିକିଟିରେ ୨୭.୨ ମି.ମି., ଗଜପତି ଜିଲା ଗୋସାଣିରେ ୨୭ ମି.ମି., ଝାରସୁଗୁଡ଼ାର ଲଇକେରାରେ ୨୨.୪ ମି.ମି ବର୍ଷା ହୋଇଛି। ଆଜି କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ ଓ ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରିର କିଛି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି।

Show More

Related Articles

Back to top button