Breaking PLUSଦେଶମୁଖ୍ୟ ଖବର
କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସଏମ୍ କ୍ରିଷ୍ଣାଙ୍କ ପରଲୋକ

କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ, ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ମହାରାଷ୍ଟ୍ରର ପୂର୍ବତନ ରାଜ୍ୟପାଳ ଏସଏମ୍ କ୍ରିଷ୍ଣାଙ୍କ ପରଲୋକ । ସୋମବାର ମଧ୍ୟରାତ୍ରରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। ଆଧୁନିକ ମାଙ୍ଗାଲୁରର ନିର୍ମାତା କୁହାଯାଉଥିବା ଏସଏମ କ୍ରିଷ୍ଣା କର୍ଣ୍ଣାଟକ ତଥା ଜାତୀୟ ରାଜନୀତିରେ ମଧ୍ୟ ବେଶ୍ ଚର୍ଚ୍ଚିତ ଥିଲେ। ୨୦୦୯ରେ କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଭାବରେ ମଧ୍ୟ ଦାୟିତ୍ଵ ତୁଲାଇଥିଲେ। ୧୯୯୯ ମସିହାରୁ ୨୦୦୪ ମସିହା ପର୍ଯ୍ୟନ୍ତ ସେ କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଥିଲେ। ୨୦୦୪ରୁ ୨୦୦୮ ମସିହା ପର୍ଯ୍ୟନ୍ତ ସେ ମହାରାଷ୍ଟ୍ରର ରାଜ୍ୟପାଳ ମଧ୍ୟ ଥିଲେ। ୨୦୨୩ରେ ପଦ୍ମ ବିଭୂଷଣରେ ତାଙ୍କୁ ସମ୍ମାନୀତ କରାଯାଇଥିଲା। ତେବେ ଏହି ମହାନ୍ ରାଜନେତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।



