Breaking PLUSଓଡ଼ିଶାମୁଖ୍ୟ ଖବର

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ୱର- ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗକୁ ଲଘୁଚାପ କ୍ଷେତ୍ର ଘନୀଭୂତ ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ଓଡ଼ିଶା, କେରଳ ଏବଂ ପୁଡୁଚେରୀରେ ବର୍ଷାର ସମ୍ଭାବନା ରହିଛି। ଓଡ଼ିଶାରେ ପାଗ କୋହଲା ରହିବା ସହ ବୁଧବାର ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହୋଇପାରେ। ପରବର୍ତ୍ତୀ ଦୁଇଦିନ ଦକ୍ଷିଣ, ଉପକୂଳ, ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Show More

Related Articles

Back to top button