Breaking PLUSଓଡ଼ିଶାମୁଖ୍ୟ ଖବର

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର-ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ ।  ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ଗତ ଦୁଇଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଉ ଏକ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ତାରିଖରୁ ପୁଣି ବର୍ଷା ହୋଇପାରେ। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ‘ଏକ୍ସ’ରେ ସୂଚନା ଦେଇଛନ୍ତି। ଶ୍ରୀ ଦାସ ଉଲ୍ଲେଖ କରିଛନ୍ତି, ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ପଶ୍ଚିମ-ଦକ୍ଷିଣ-ପଶ୍ଚିମ ଦିଗରେ ସୃଷ୍ଟି ହେଉଛି। ଏହା ଆସନ୍ତା ୨୪ ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର ଉତ୍ତର ତାମିଲନାଡୁ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳ ଆଡକୁ ନିକଟତର ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡ଼ିଶା ଉପରେ ଏକ ପୂର୍ବାଳୀ ନିମ୍ନଚାପ ରେଖା ସୃଷ୍ଟି ହୋଇପାରେ। ଏଥିଯୋଗୁଁ ଦକ୍ଷିଣ-ପୂର୍ବ ଦିଗରୁ ଜଳୀୟ ବାଷ୍ପ ପୂର୍ଣ୍ଣ ସାମୁଦ୍ରିକ ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ କରିବ। ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ପାର୍ଶ୍ୱବର୍ତ୍ତୀ ଉତ୍ତର ଉପକୂଳ ଓଡ଼ିଶାରେ ଆକାଶ ମେଘୁଆ ସହ ବର୍ଷା ସମ୍ଭାବନା ରହିଛି।

Show More

Related Articles

Back to top button