Breaking PLUSଓଡ଼ିଶାମୁଖ୍ୟ ଖବର
ଆଜିଠାରୁ ହିରୋ ହକି ଇଣ୍ଡିଆ ଲିଗ୍

ଆଜିଠାରୁ ହିରୋ ହକି ଇଣ୍ଡିଆ ଲିଗ୍ର ବହୁ ପ୍ରତିକ୍ଷୀତ ଐତିହାସିକ ପ୍ରତ୍ୟାବର୍ତ୍ତନ ଘଟିବାକୁ ଯାଉଛି। ବିଶ୍ବର ସର୍ବବୃହତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଶନିବାରଠାରୁ ଆରମ୍ଭ ହେବ ଏହି ଲିଗ୍। ଟିମ୍ ଗୋନାସିକ ଓ ଦିଲ୍ଲୀ ଏସ୍ଜି ପାଇପର୍ସ୍ ମଧ୍ୟରେ ଉଦ୍ଘାଟନୀ ମ୍ୟାଚ୍ ଖେଳାଯିବ।
ସାତ ବର୍ଷର ବ୍ୟବଧାନପରେ ଫେରୁଥିବା ଏହି ଲିଗ୍, ପୂର୍ବାପେକ୍ଷା ଅଧିକ ଦମ୍ଦାର ଓ ଆକର୍ଷଣୀୟ ହେବ। ଏନେଇ ଆୟୋଜକ ହକି ଇଣ୍ଡିଆ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଶେଷ ହୋଇସାରିଛି। ହକିର ଅନ୍ତୁଡ଼ିଶାଳଭାବେ ପରିଚିତ ସୁନ୍ଦରଗଡ଼ ଜିଲ୍ଲାରେ ଏହି ହକି ମହାକୁମ୍ଭ ଆୟୋଜିତ ହେଉଥିବାରୁ, ଏହାକୁ ନେଇ ହକିପ୍ରେମୀ ମହଲରେ ଉତ୍ସାହ ସ୍ପଷ୍ଟ ବାରି ହୋଇପଡ଼ୁଛି।



