Breaking PLUSଓଡ଼ିଶାମୁଖ୍ୟ ଖବର

ଶ୍ରୀମନ୍ଦିର ପ୍ରଶାସନକୁ ହାଇକୋର୍ଟଙ୍କ ନୋଟିସ

କଟକ : ସର୍ବୋଚ୍ଚ ନ୍ୟାୟାଳୟ ୫ବର୍ଷ ପୂର୍ବେ ଶ୍ରୀମନ୍ଦିରରେ ଭିନ୍ନକ୍ଷମଙ୍କ ପାଇଁ ହ୍ବିଲ୍‌ ଚେୟାର ବ୍ୟବସ୍ଥା କରିବାକୁ ନିର୍ଦେଶ ଦେଇଥିଲେ। ହେଲେ ଏ ପର୍ଯ୍ୟନ୍ତ ଏହି ବ୍ୟବସ୍ଥା ହୋଇପାରିଲାନି। ଏହାକୁ ନେଇ ରୁଜୁ ମାମଲାର ଶୁଣାଣି କରି ବୁଧବାର ହାଇକୋର୍ଟ ଶ୍ରୀମନ୍ଦିର ପ୍ରଶାସକଙ୍କୁ ଜବାବ ଦାଖଲ ଲାଗି ନୋଟିସ୍‌ ଜାରି କରିଛନ୍ତି। ଆଇନଜୀବୀ ମୃଣାଳିନୀ ପାଢ଼ୀଙ୍କ ପକ୍ଷରୁ ଆଗତ ମାମଲାର ଶୁଣାଣି କରି କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଅରିନ୍ଦମ ସିହ୍ନା ଏବଂ ବିଚାରପତି ମୃଗାଙ୍କ ଶେଖର ସାହୁଙ୍କ ଖଣ୍ଡପୀଠ ଏହି ନିର୍ଦେଶ ଦେଇଛନ୍ତି । ମାମଲାର ପରବର୍ତ୍ତୀ ଶୁଣାଣି ଫେବୃଆରୀ ୧୨କୁ ଧାର୍ଯ୍ୟ କରିଛନ୍ତି।

Show More

Related Articles

Back to top button