Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୩୬ ଡିଗ୍ରୀ ଉପରେ
ଭୁବନେଶ୍ବର : କ୍ରମାଗତ ଭାବେ ଦ୍ବିତୀୟ ଦିନରେ ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୩୬ ଡିଗ୍ରୀ ଉପରେ ରହିଛି। ସୋମବାର ରାଜ୍ୟର ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ସବୁଠୁ ଅଧିକ ୩୬.୬ ଡିଗ୍ରୀ ରେକର୍ଡ଼ କରାଯାଇଛି। ପାରଳାଖେମୁଣ୍ଡି ସମେତ ୫ଟି ସ୍ଥାନରେ ପାରଦ ୩୫ ଡିଗ୍ରୀ ଅତିକ୍ରମ କରିଛି। ବଲାଙ୍ଗିରରେ ୩୬ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୩୫.୬ ଡିଗ୍ରୀ, ସୁନ୍ଦରଗଡ଼ରେ ୩୫.୪ ଏବଂ ସମ୍ବଲପୁରରେ ୩୫.୨ ଡିଗ୍ରୀ ରେକର୍ଡ଼ ହୋଇଛି।