Breaking PLUSଓଡ଼ିଶାମୁଖ୍ୟ ଖବର
ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ଲାଗିଲା ନିଆଁ

ଜଗତସିଂହପୁର ସଦର ଦୁର୍ଗରେ ବଜାର ସ୍ଥିତ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ଅଗ୍ନିକାଣ୍ଡ ଘଟିଥିବାର ସୂଚନା ରହିଛି। ଆଜି ସକାଳୁ ବ୍ୟାଙ୍କର ସଟର ବାଟଦେଇ ଧୂଆଁ ବାହାରୁଥିବାର ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ତୁରନ୍ତ ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ବ୍ୟାଙ୍କର ସଟର ଭାଙ୍ଗିବା ସହିତ ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛନ୍ତି। କ୍ଷୟକ୍ଷତିର ସ୍ପଷ୍ଟ ସୂଚନା ମିଳିନି ।