Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ସର୍ବଦଳୀୟ ବୈଠକ

ଭୁବନେଶ୍ୱର- ଆଜି ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିବ। ଏହି ବୈଠକରେ ସପ୍ତଦଶ ବିଧାନସଭା ତୃତୀୟ ଅଧିବେଶନ ଗୃହକାର୍ଯ୍ୟ ସମ୍ପାଦନ ସମ୍ପର୍କରେ ଆଲୋଚନା କରାଯିବ। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବିଜେଡି ବିଧାୟକ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ବିଜେପିର ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର ଏବଂ ବିଧାୟକ ଲକ୍ଷ୍ମଣ ମୁଣ୍ଡା ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଅଧିବେଶନରେ ସରକାରଙ୍କୁ ଘେରିବା ପାଇଁ ବିରୋଧୀ ବିଜେଡି ଓ କଂଗ୍ରେସ ରଣନୀତି ପ୍ରସ୍ତୁତ କରିଥିବା ଜଣାପଡିଛି।

Show More

Related Articles

Back to top button