Breaking PLUSଓଡ଼ିଶାମୁଖ୍ୟ ଖବର

କିଟ୍‌ କାଣ୍ଡ: ଉଚ୍ଚସ୍ତରୀୟ କମିଟି ଆଗରେ ହାଜର ହେଲେ ଅଚ୍ୟୁତ ସାମନ୍ତ

କିଟ୍‌ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲାମ୍‌ସାଙ୍କ ଆତ୍ମହତ୍ୟା ଓ ପରବର୍ତ୍ତୀ ଛାତ୍ର ଅଶାନ୍ତି ବେଳେ ହଷ୍ଟେଲ ଅନ୍ତେବାସୀଙ୍କୁ ମାଡ଼ ମରାଯିବା ମାମଲା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଏହି ଘଟଣାକୁ ନେଇ ବିଧାନସଭାରୁ ରାଜରାସ୍ତା ପର୍ଯ୍ୟନ୍ତ ସବୁଠି କିଟ୍‌ କର୍ତ୍ତୃପକ୍ଷଙ୍କୁ ଜୋର୍‌ଦାର୍‌ ବିରୋଧ କରାଯାଉଛି।କିଟ୍‌ ବିଶ୍ୱବିଦ୍ୟାଳୟରେ ପଢ଼ୁଥିବା ନେପାଳ ଛାତ୍ରଛାତ୍ରୀଙ୍କ ସହ ଘଟିଥିବା ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ଆଜି କିଟ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଉଚ୍ଚସ୍ତରୀୟ କମିଟି ସାମ୍ନାରେ ହାଜର ହୋଇଛନ୍ତି  ।

Show More

Related Articles

Back to top button