Breaking PLUSଓଡ଼ିଶାମୁଖ୍ୟ ଖବର

ମହାକୁମ୍ଭରେ ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ମହାକୁମ୍ଭରେ ଶ୍ରଦ୍ଧାର ବୁଡ଼ ପକାଇଛନ୍ତି। ଏଥି ସହିତ ତାଙ୍କର ପରିବାର ଲୋକେ ମଧ୍ୟ ମହାକୁମ୍ଭରେ ବୁଡ଼ ପକାଇଛନ୍ତି। ଏହି ଅବସରରେ ଶ୍ରୀ ମାଝୀ ତ୍ରିବେଣୀ ସଂଗମରେ ଗଂଗା ଆରତୀ କରିଛନ୍ତି। ଶ୍ରୀ ମାଝୀ ୩ଦିନିଆ ଉତ୍ତର ପ୍ରଦେଶ ଗସ୍ତର ପ୍ରଥମ ଦିନରେ ଏହି ଆଧ୍ୟାତ୍ମିକ କାର୍ଯ୍ୟରେ ଯୋଗ ଦେଇଛନ୍ତି। ସଂଗମରେ ବୁଡ଼ ପକାଇବା ସହିତ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମର ପ୍ରତିନିଧିଙ୍କୁ କହିଛନ୍ତି, ଏଠାରେ ଉପସ୍ଥିତ ରହି ମୁଁ ନିଜକୁ ଭାଗ୍ୟବାନ ମନେ କରୁଛି। ପବିତ୍ର ସଂଗମରେ ବୁଡ଼ ପକାଇଛି ଏବଂ ପ୍ରାର୍ଥନା କରିଛି। ଓଡ଼ିଶା ତଥା ଦେଶର କଲ୍ୟାଣ ପାଇଁ ମା’ ଗଙ୍ଗା, ମା’ ଯୁମୁନା ଓ ମା’ ସରସ୍ବତୀଙ୍କ ନିକଟରେ ପ୍ରାର୍ଥନା କରି ଆଶୀର୍ବାଦ ମାଗିଛି। ମହାକୁମ୍ଭ ମେଳା ପାଇଁ ଉତ୍ତର ପ୍ରଦେଶ ସରକାର ଭଲ ବ୍ୟବସ୍ଥା କରିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ତାଙ୍କର ଟିମ୍‌ ଶ୍ରଦ୍ଧାଳୁଙ୍କ ପାଇଁ ଆବଶ୍ୟକ ପଦକ୍ଷେପ ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସଂକଳ୍ପ ‘ବିକଶିତ ଭାରତ’କୁ ଆଗେଇ ନେବା ପାଇଁ ଏହା ମଧ୍ୟ ଏକ ବଳିଷ୍ଠ ଉଦ୍ୟମ।

Show More

Related Articles

Back to top button