Breaking PLUSଓଡ଼ିଶାମୁଖ୍ୟ ଖବର
ବାବା ଆଖଣ୍ଡଳମଣିଙ୍କ ପୀଠ ପାଇଁ ୧୦ କୋଟି ଘୋଷଣା କଲେ ପ୍ରଭାତି ପରିଡା

ଭୁବନେଶ୍ୱର, 26 ଫେବୃୟାରୀ – ବାବା ଆଖଣ୍ଡଳମଣିଙ୍କ ପୀଠ ପାଇଁ ୧୦ କୋଟି ଘୋଷଣା କଲେ ପ୍ରଭାତି ପରିଡା । ଭଦ୍ରକ ପ୍ରସିଦ୍ଧ ଶୈବ କ୍ଷେତ୍ର ଆରଡିର ବାବା ଆଖଣ୍ଡଳମଣିଙ୍କ ପୀଠର ଉନ୍ନତୀକରଣ ଲାଗି ରାଜ୍ୟ ସରକାର ୧୦ କୋଟି ଟଙ୍କା ପ୍ରଦାନ କରାଯିବ। ଆଜି ପବିତ୍ର ମହାଶିବରାତ୍ରିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ଘୋଷଣା କରିଛନ୍ତି। ଆଜି ସକାଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଉଚ୍ଚ ଶିକ୍ଷା, କ୍ରୀଡ଼ା, ସଂସ୍କୃତି ଓ ଓଡ଼ିଆ ଭାଷାସାହିତ୍ୟ ବିଭାଗର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଭଦ୍ରକ ବିଧାୟକ ସୀତାଂଶୁ ଶେଖର ମହାପାତ୍ର ଓ ଭଦ୍ରକ ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ପ୍ରମୁଖ ବାବା ଆଖଣ୍ଡଳମଣିଙ୍କ ପୂଜାର୍ଚ୍ଚନା ସହ ଦର୍ଶନ କରିଥିଲେ।



