Breaking PLUSଓଡ଼ିଶାମୁଖ୍ୟ ଖବର
ମାର୍ଚ୍ଚ୩ ରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ
ଫେବୃୟାରୀ ୨୮ତାରିଖ ଦିବା ୧୧ଟା ଠାରୁ ଆରମ୍ଭ ହେବପଞ୍ଜୀକରଣ

ଭୁବନେଶ୍ୱର, 27 ଫେବୃୟାରୀ – ଆଗାମୀ ମାର୍ଚ୍ଚ ୩ ତାରିଖ,ସୋମବାର ଦିନ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବୃୟାରୀ ୨୮ତାରିଖଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ ଏବଂ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ। ଏଥିନିମନ୍ତେ,ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ। ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।


