Breaking PLUSଓଡ଼ିଶାମୁଖ୍ୟ ଖବର

କେନ୍ଦ୍ରାପଡା ଯିବେ ସାରଥୀ ବାବା

କେନ୍ଦ୍ରାପଡା- ପୁଣି ଚର୍ଚ୍ଚାରେ ସନ୍ତୋଷ ରାଉଳ ଓରଫ୍‌ ସାରଥି  । କେନ୍ଦ୍ରାପଡ଼ା ବାରିମୂଳ ଯିବାକୁ ହାଇକୋର୍ଟ ସର୍ତ୍ତମୂଳକ ଅନୁମତି ପ୍ରଦାନ କରିଛନ୍ତି । ଅସୁସ୍ଥ ଭାଇଙ୍କୁ ଯାଇ ଦେଖା କରିବାକୁ ଦେଲେ ସର୍ତ୍ତମୂଳକ ଅନୁମତି ମିଳିଛି । ୨ ମାସକୁ କେବଳ ଥରେ କେନ୍ଦ୍ରାପଡ଼ା ବାରିମୂଳ ଯିବାକୁ ଅନୁମତି  । ଆଶ୍ରମ ଯାଇପାରିବେନି, ରାତିରେ କେନ୍ଦ୍ରାପଡ଼ାରେ ରହିପାରିବେନି ବୋଲି ନିର୍ଦ୍ଦେଶରେ କୁହାଯାଇଛି ।

ସକାଳ ସାଢ଼େ ୫ରୁ ସନ୍ଧ୍ୟା ସାଢ଼େ ୫ ମଧ୍ୟରେ ଦେଖା କରିପାରିବେ  । ଏଥିପାଇଁ ପ୍ରଥମେ ଟ୍ରାଏଲ୍‌ କୋର୍ଟଙ୍କୁ ଜଣାଇବାକୁ ନିର୍ଦ୍ଦେଶ ରହିଛି । ୨ ଶହରୁ ଅଧିକ ଲୋକ ସମାଗମ ନ କରିବା କଟକଣା ବଳବତ୍ତର । ୨ ଶହରୁ ଅଧିକ ଲୋକ ସମାଗମ ନ କରିବାକୁ ପୂର୍ବରୁ ସର୍ତ୍ତ ଥିଲା  । ଏହି ସର୍ତ୍ତ କୋହଳ କରିବାକୁ ସିଧାସଳଖ ମନା କଲେ ହାଇକୋର୍ଟ । କେନ୍ଦ୍ରାପଡ଼ା ନଯିବାକୁ ଓ ୨ ଶହ ଊର୍ଦ୍ଧ୍ବ ସମାଗମ ନକରିବାକୁ ଜାମିନ ସର୍ତ୍ତ ଥିଲା ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button