Breaking PLUSଓଡ଼ିଶାମୁଖ୍ୟ ଖବର

ମହିଳାଙ୍କ ଆକାଉଂଟକୁ ଗଲା ଦ୍ୱିତୀୟ କିସ୍ତି ସୁଭଦ୍ରା ଟଙ୍କା

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରାଜ୍ୟ ସରକାର ସୁଭଦ୍ରା ଯୋଜନାର ହିତାଧିକାରୀ ମହିଳାମାନଙ୍କ ଆକାଉଣ୍ଟକୁ ୨ୟ କିସ୍ତି ଅର୍ଥ ଛାଡ଼ିଛନ୍ତି। ଗଞ୍ଜାମ ଜିଲାରେ ଶନିବାର ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁଇଚ ଟିପି ଏକକାଳୀନ ଟଙ୍କା ପଠାଇଛନ୍ତି। ପ୍ରାୟ ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଲେଖାଏ ୫ ହଜାର କୋଟି ଟଙ୍କା ପ୍ରେରଣ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଏବଂ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ସମେତ ମନ୍ତ୍ରୀ ପରିଷଦର ସଦସ୍ୟ, ସାଂସଦ ଓ ବିଧାୟକ ଉପସ୍ଥିତ ଥିଲେ।

Show More

Related Articles

Back to top button