Breaking PLUSଓଡ଼ିଶାମୁଖ୍ୟ ଖବର
୧୬ରୁ ଆରମ୍ଭ ହେବ ସ୍ନାତକ ଶ୍ରେଣୀ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ

ଭୁବନେଶ୍ୱର : ଆସନ୍ତା ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତୋକାତ୍ତର ଏବଂ ଦୁଇ ବର୍ଷିଆ ବିଏଡ/ ଏମଏଡ /ବିଏଚଏଡ ପାଠ୍ୟକ୍ରମରେ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ପୂର୍ବରୁ ସରକାରଙ୍କ ତରଫରୁ ନିଷ୍ପତ୍ତି ନିଆଯାଇଛି। ଏହିକ୍ରମରେ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତକ ଶ୍ରେଣୀ ପାଠ୍ୟକ୍ରମରେ ମଧ୍ୟ ନାମଲେଖା ପ୍ରକ୍ରିୟାକୁ ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ତରଫରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଏବଂ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି।
ସ୍ନାତକ ଶ୍ରେଣୀ ପାଠ୍ୟକ୍ରମରେ ନାମଲେଖା ନିମନ୍ତେ ଆବେଦନକାରୀମାନଙ୍କ ପାଇଁ ଆସନ୍ତା ଏପ୍ରିଲ ୧୬ ତାରିଖ (୧୬. ୦୪. ୨୦୨୫) ଠାରୁ କମନ ଆପ୍ଳିକେସନ ଫର୍ମ(ସିଏଏଫ) ପୂରଣ ପ୍ରକ୍ରିୟା ଆରମ୍ଭ ହେବ।



