Breaking PLUSଓଡ଼ିଶାମୁଖ୍ୟ ଖବର
ଆମ ସୁବାହକ ଯୋଜନା ଆରମ୍ଭ କରିବେ ସରକାର

ରାଜ୍ୟରେ ମହିଳା ମାନଙ୍କୁ ସଶକ୍ତ ରୋଜଗାରକ୍ଷମ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଆତ୍ମନିର୍ଭର ମହିଳା ଆମ ସୁବାହକ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। ସେ କହିଛନ୍ତି ୪ ବର୍ଷରେ ୧୧୦୦ ମହିଳାଙ୍କୁ କାର କିଣିବା ପାଇଁ ବ୍ୟାଙ୍କରୁ ଜଣଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ରୁଣ ଯୋଗାଇ ଦିଆଯିବ। ପ୍ରଥମ ବର୍ଷରେ ୨୦୦ ଜଣଙ୍କୁ , ଦ୍ୱିତୀୟ ବର୍ଷରେ ୨୫୦, ତୃତୀୟ ବର୍ଷରେ ୩୦୦ ଚତୁର୍ଥ ବର୍ଷରେ ୩୫୦ ମହିଳାଙ୍କୁ କାର୍ କିଣିବା ପାଇଁ ରଣ ମିଳିବ । ଏହି ଋଣର କିସ୍ତି ମହିଳା ମାନେ ୫ ବର୍ଷରେ ସୁଝିବେ।