Breaking PLUSଓଡ଼ିଶାମୁଖ୍ୟ ଖବର
ଆଜି ଶ୍ରୀଜୀଉଙ୍କ ବନକ ଲାଗି ନୀତି, ସନ୍ଧ୍ୟାରେ ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ- ଆଜି କାର୍ତିକ ମାସ କୃଷ୍ଣ ପକ୍ଷ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟା ଠାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।
ଦତ ମହାପାତ୍ର ସେବକମାନେ ଶ୍ରୀଜୀଉଙ୍କ ଏହି ଗୁପ୍ତ ନୀତି ସମାପନ କରିବେ । ଶ୍ରୀଜୀଉଙ୍କ ବନକ ଲାଗି ତଥା ଶ୍ରୀମୁଖ ଶୃଙ୍ଗାରରେ ପ୍ରାକୃତିକ ରଙ୍ଗ ହିଙ୍ଗୁଳ, ହରିତାଳ, ପ୍ରିୟଙ୍ଗୁ, କସ୍ତୁରୀ, କଳା, ଧଳା ଓ ନାଲି ରଙ୍ଗର ବ୍ୟବହାର ହୋଇଥାଏ । ବନକଲାଗି ଶ୍ରୀଜୀଉଙ୍କ ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମୟରେ ଗର୍ଭଗୃହର ସମସ୍ତ ଦ୍ୱାର ବନ୍ଦ ରହିଥାଏ । ବନକଲାଗି ପରେ ମହାପ୍ରଭୁଙ୍କ ମହାସ୍ନାନ ଅନୁଷ୍ଠିତ ହେବ । ଏହାପରେ ଭକ୍ତ ମାନେ ଶ୍ରୀବିଗ୍ରହ ମାନଙ୍କ ଦର୍ଶନ କରିପାରିବେ ।