କରୋନା ଯୋଦ୍ଧାଙ୍କୁ ମାଗଣାରେ ମିଳିବ ଟିକା। ଓଡ଼ିଶାରେ ପ୍ରଥମେ ୩ଟି ଶ୍ରେଣୀଭୁକ୍ତ କରୋନା ଯୋଦ୍ଧାଙ୍କୁ ମାଗଣା ଟିକା ମିଳିବ। ଏହି ଶ୍ରେଣୀରେ ପ୍ରଥମେ ଡାକ୍ତର, ସ୍ୱାସ୍ଥ୍ୟ କର୍ମୀମାନେ ରହିଛନ୍ତି। ଏହାପରେ ପୌର, ସ୍ୱାସ୍ଥ୍ୟ ଓ ପାନୀୟ ଜଳ ଯୋଗାଣ କର୍ମଚାରୀମାନଙ୍କ ପାଇଁ ମାଗଣା ଟିକା ବ୍ୟବସ୍ଥା କରାଯାଇଛି।
ଏହି ଦୁଇ ଶ୍ରେଣୀର ଲୋକଙ୍କୁ ବାଦ୍ ଦେଇ ବୟସ୍କ ବ୍ୟକ୍ତିମାନଙ୍କୁ ମଧ୍ୟ ମାଗଣାରେ ଟିକା ଦିଆଯିବ। କେନ୍ଦ୍ର ସରକାରଙ୍କ ମାର୍ଗଦର୍ଶିକା ମୁତାବକ, ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଏ ସଂପର୍କରେ ସୂଚନା ଦେଇଛନ୍ତି। ଜାନୁୟାରୀ ମାସ ଭିତରେ ଟିକାକରଣ ଆରମ୍ଭ ହେବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି।