Breaking PLUSଓଡ଼ିଶାମୁଖ୍ୟ ଖବର

୧୮ ହଜାର ଟଙ୍କା ବୃତ୍ତି ପାଉଥିଲେ ‘ସୁଭଦ୍ରା’ ପାଇଁ ଅଯୋଗ୍ୟ ହେବେ ଛାତ୍ରୀ

ଭୁବନେଶ୍ୱର, 19 ଅକ୍ଟୋବର – ୧୮ ହଜାର ଟଙ୍କା ବୃତ୍ତି ପାଉଥିଲେ ‘ସୁଭଦ୍ରା’ ପାଇଁ ଅଯୋଗ୍ୟ ହେବେ ଛାତ୍ରୀ । କୌଣସି ମହିଳାଙ୍କୁ କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କ ଠାରୁ ୧୮ ହଜାର କିମ୍ବା ଏହାଠାରୁ ଅଧିକ ଟଙ୍କାର ଆର୍ଥିକ ସହାୟତା ମିଳୁଛି କି ବୋଲି ଦୁଇ ବିଭାଗରୁ ରିପୋର୍ଟ ମାଗିଛି ମହିଳା ଓ ଶିଶୁ ବିକାଶ ବିଭାଗ । ଉଚ୍ଚଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜାତି, ଜନଜାତି ଓ ସଂଖ୍ୟାଲଘୁ ବିଭାଗ ସଚିବଙ୍କୁ ପତ୍ର ଲେଖିଛି ବିଭାଗ । ‘ସୁଭଦ୍ରା’ ନିୟମାବଳୀ ଅନୁସାରେ ଏହି ଯୋଜନା ଅଧୀନରେ ଯୋଗ୍ୟ ହେବା ପାଇଁ ହିତାଧିକାରୀଙ୍କ ବୟସ ୨୧ ବର୍ଷ କିମ୍ବା ତା ଠାରୁ ଅଧିକ ଏବଂ ୬୦ ବର୍ଷରୁ କମ୍ ହୋଇଥିବା ଆବଶ୍ୟକ । ରାଜ୍ୟ କିମ୍ବା କେନ୍ଦ୍ର ସରକାରଙ୍କ କୌଣସି ଯୋଜନା ଅଧୀନରେ ଯଦି କୌଣସି ମହିଳା ବାର୍ଷିକ ୧୮ ହଜାର ଟଙ୍କା କିମ୍ବା ତା ଠାରୁ ଅଧିକ ଆର୍ଥିକ ସହାୟତା ଗ୍ରହଣ କରୁଥିବେ, ସେ କ୍ଷେତ୍ରରେ ସଂପୃକ୍ତ ମହିଳା ସୁଭଦ୍ରା ପାଇଁ ଅଯୋଗ୍ଯ ଘୋଷିତ ହେବେ । ଏ ନେଇ ବିଭାଗକୁ ଅନେକ ଅଭିଯୋଗ ମିଳିଛି । ଛାତ୍ରୀ ମାନଙ୍କୁ ଯେଉଁ ଛାତ୍ର ବୃତ୍ତି ରାଶି ପ୍ରଦାନ କରାଯାଉଛି ତାହା କେବଳ ଶିକ୍ଷା ସମ୍ବନ୍ଧୀୟ କାର୍ଯ୍ୟରେ ବ୍ୟୟ ହେଉଛି । ହେଲେ ଏହାକୁ ଅତିରିକ୍ତ ଆର୍ଥିକ ସହାୟତା ଭାବେ ହିସାବକୁ ନିଆ ଯାଇପାରୁନାହିଁ । ଏନେଇ ବିସ୍ତୃତ ଭାବେ ଯାଞ୍ଚ କରି ତଥ୍ୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଭାଗ ପକ୍ଷରୁ ପ୍ରଦାନ କରାଯାଇଥିବା ନିର୍ଦ୍ଦିଷ୍ଟ ଫର୍ମାଟରେ ୨୦୨୩-୨୪ ଓ ୨୦୨୪-୨୫ ଆର୍ଥିକ ବର୍ଷରେ କେଉଁ ଛାତ୍ରୀମାନେ ୧୮ ହଜାର ଟଙ୍କାରୁ ଅଧିକ ଛାତ୍ର ବୃତ୍ତି ନେଇଛନ୍ତି ତା’ର ସମସ୍ତ ତଥ୍ୟ ପ୍ରଦାନ କରିବା ଲାଗି ଚିଠି ଲେଖିଛି ବିଭାଗ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button