Breaking PLUSଓଡ଼ିଶାମୁଖ୍ୟ ଖବର

ପିଡିଏସ୍‌ ହିତାଧିକାରୀଙ୍କ ପାଇଁ e-KYC ବୃଦ୍ଧି କଲେ ସରକାର

ଭୁବନେଶ୍ୱର- ପିଡିଏସ୍‌ ହିତାଧିକାରୀଙ୍କ ପାଇଁ e-KYC ବୃଦ୍ଧି କଲେ ସରକାର । ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅଧୀନରେ ଥିବା ରାଜ୍ୟର ସମସ୍ତ ପି.ଡ଼ି.ଏସ ହିତାଧିକାରୀଙ୍କ ଆଧାର ଭିତ୍ତିକ ଈ-କେ.ୱାଈ.ସି ପ୍ରକ୍ରିୟା ଜାରି ରହିଛି। ଏହା ସମସ୍ତ ୧୧,୮୨୭ ଗୋଟି ଖାଉଟି ସୁଲଭ ମୂଲ୍ୟ ଦୋକାନ ତଥା ୩୧୪ ଗୋଟି ବ୍ଲକ ଓ ୬୪ ଗୋଟି ପୌରାଞ୍ଚଳ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ରାସନ କାର୍ଡ଼ ପରିଚାଳନା କେନ୍ଦ୍ର ଗୁଡ଼ିକରେ ଜାରି ରହିଛି I ଏବେ ସୁଦ୍ଧା ଈ-କେ.ୱାଈ.ସି କରାଇ ନ ପାରିଥିବା ହିତାଧିକାରୀ ମାନଙ୍କୁ ପ୍ରତ୍ୟେକ ମାସର ପି.ଡ଼ି.ଏସ ସାମଗ୍ରୀ ପୂର୍ବଭଳି ପ୍ରଦାନ କରାଯାଉଅଛି I କୌଣସି ଯୋଗ୍ୟ ହିତାଧିକାରୀଙ୍କୁ ଈ-କେ.ୱାଈ.ସି ହୋଇନଥିବା କାରଣରୁ ଖାଦ୍ୟ ସୁରକ୍ଷାରୁ ବଞ୍ଚିତ କରାଯାଇନାହିଁ I ଏହି ପ୍ରକ୍ରିୟା ଆସନ୍ତା ଡିସେମ୍ବର 31 ତାରିଖ ପର୍ଯ୍ୟନ୍ତ ଚାଲୁରହିବ I ଏପର୍ଯ୍ୟନ୍ତ କୌଣସି କାରଣରୁ ଈ-କେ.ୱାଈ.ସି କରାଇ ନ ପାରିଥିବା ହିତାଧିକାରୀ ମାନେ  ଡିସେମ୍ବର 31 ସୁଦ୍ଧା ନିକଟସ୍ଥ ଖାଉଟି ସୁଲଭ ମୂଲ୍ୟ ଦୋକାନ ବା ରାସନ କାର୍ଡ଼ ପରିଚାଳନା କେନ୍ଦ୍ରକୁ ଯାଇ ନିଜ ଆଧାର ଯୁକ୍ତ ଈ-କେ.ୱାଈ.ସି କରାଇ ପାରିବେ ।

Show More

Related Articles

Back to top button