Breaking PLUSଦେଶମୁଖ୍ୟ ଖବର

ଦିଲ୍ଲୀ ବିସ୍ଫୋରଣ ପରେ ଗୃହ ମନ୍ତ୍ରୀ ଅମିତ ଶାହଙ୍କ ବଡ଼ ବୈଠକ

ନୂଆଦିଲ୍ଲୀ:ଦିଲ୍ଲୀ ବିସ୍ଫୋରଣ ପରେ ଗୃହ ମନ୍ତ୍ରୀ ଅମିତ ଶାହଙ୍କ ବଡ଼ ବୈଠକ । ଦିଲ୍ଲୀ ବିସ୍ଫୋରଣ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ଗୃହମନ୍ତ୍ରୀ ଅମିତ୍ ଶାହ। ବିସ୍ଫୋରଣ ପରେ ସ୍ଥିତି ସମୀକ୍ଷା ପାଇଁ ଶାହଙ୍କ ବାସଭବନରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଗୃହ ସଚିବ, ଗୁଇନ୍ଦା ନିର୍ଦ୍ଦେଶକ, ଏନ୍‌ଆଇଏ ଡିଜି, ଦିଲ୍ଲୀ ପୋଲିସ କମିଶନର ପ୍ରମୁଖ ଏହି ବୈଠକରେ ଉପସ୍ଥିତ ଅଛନ୍ତି। ଏବଂ ଭର୍ଚୁଆଲରେ ଉପସ୍ଥିତ ଅଛନ୍ତି ଜାମ୍ମୁ-କାଶ୍ମୀର ପୁଲିସ୍‌ ଡିଜି।
ସୂଚନା ଅନୁଯାୟୀ ଗତକାଲି ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଦିଲ୍ଲୀ ଲାଲକିଲ୍ଲା ନିକଟସ୍ଥ ସୁଭାଷ ମାର୍ଗ ଟ୍ରାଫିକ୍‌ ସିଗନାଲ ନିକଟରେ ଏକ ହୁଣ୍ଡାଇ ଆଇ୨୦ କାର୍‌ରେ ବିସ୍ଫୋରଣ ହୋଇଛି। ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି। ଏଥିରେ ୨୪ ଜଣ ଆହତ ହୋଇଥିବାବେଳେ ସେମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button