Breaking PLUSଓଡ଼ିଶାମୁଖ୍ୟ ଖବର

ସମସ୍ତ ବିପଦର ମୁକାବିଲା ପାଇଁ ପ୍ରସ୍ତୁତ ଅଛୁ- ଆଇନ ମନ୍ତ୍ରୀ

ଭୁବନେଶ୍ୱର- ଦିଲ୍ଲୀରେ ବିସ୍ଫୋରଣ ପରେ ଓଡ଼ିଶାରେ ହାଇ ଆଲର୍ଟ  । ପୋଲିସ ବିଭାଗ ସହ ଆଲୋଚନା କରି ସବୁ ସ୍ଥାନରେ ସୁରକ୍ଷା କଡ଼ାକଡ଼ି  । ଶ୍ରୀମନ୍ଦିର ପାଇଁ ସ୍ୱତନ୍ତ୍ର ଭାବରେ ସୁରକ୍ଷାକୁ ଅଧିକ ମାତ୍ରାରେ ବୃଦ୍ଧି କରାଯାଇଛି । ରାଜ୍ୟର ସମସ୍ତ ରେଲୱେ ଷ୍ଟେସନ, ବିମାନବନ୍ଦରରେ ମଧ୍ୟ ସୁରକ୍ଷା ବୃଦ୍ଧି କରାଯାଇଛି । ସମସ୍ତ ପର୍ଯ୍ୟଟନସ୍ଥଳୀ ଏବଂ ସ୍ଥପତି ନିକଟରେ ମଧ୍ୟ ସୁରକ୍ଷା ବଢ଼ାଯିବ  । ସ୍ଥାନୀୟ ଜ଼ିଲ୍ଲା ପ୍ରଶାସନକୁ ଚେକିଂ ଜୋରଦାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି  । ଓଡ଼ିଶା ଉପରେ ବିପଦ ନାହିଁ, ଆମେମାନେ ସୁରକ୍ଷିତ ଅଛୁ  । ସମସ୍ତ ବିପଦର ମୁକାବିଲା ପାଇଁ ପ୍ରସ୍ତୁତ ଅଛୁ ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button