Breaking PLUSଓଡ଼ିଶାଦେଶମୁଖ୍ୟ ଖବର

ଜାମ୍ମୁକାଶ୍ମୀର ନୌଗାମ ଥାନାରେ ବଡ଼ ବିସ୍ଫୋରଣ, ଉଡ଼ିଗଲା ଥାନା, ୭ଜଣ ମୃତ

ଜମ୍ମୁ ଓ କାଶ୍ମୀରର ଶ୍ରୀନଗର ସ୍ଥିତ ନୌଗାଓଁ ପୁଲିସ ଥାନାରେ ବଡ ବିସ୍ଫୋରଣରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ଜଣ ଆହତ ହୋଇଛନ୍ତି । ଏହାସହିତ ଅନେକ ଗାଡି ସମ୍ପୂର୍ଣ୍ଣ ଜଳିଯାଇଛି । ବିସ୍ଫୋରଣରେ ପୁଲିସ ଥାନାର କୋଠାର ଏକ ଅଂଶ ମଧ୍ୟ ନଷ୍ଟ ହୋଇଯାଇଛି । ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ସେ ଶରୀରର ବିଭିନ୍ନ ଅଂଶ ଖଣ୍ଡ ଖଣ୍ଡ ହୋଇ ୩୦୦ ଫୁଟ ଦୂର ପର୍ଯ୍ୟନ୍ତ ବିଛାଡି ହୋଇ ପଡିଥିଲା । ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ ବିସ୍ଫୋରଣରେ ଥାନା ଉଡିଯିବା ସହ ବହୁ ପୁଲିସ ଅଧିକାରୀ ଓ କର୍ମଚାରୀଙ୍କ ମୃତ୍ୟୁ ହୋଇଛି । ବିସ୍ଫୋରଣର ଶଦ୍ଦ ଦୂର ଦୂରକୁ ପ୍ରତିଧ୍ୱନିତ ହୋଇଥିଲା । ଯାହାକୁ ନେଇ ଲୋକମାନେ ଆଶ୍ଚର୍ଯ୍ୟ ହୋଇଥିଲେ । ଘଟଣା ପରେ ସେଠାରେ ପ୍ରବଳ ଭିଡ ଜମିବାରୁ ପୁଲିସ କର୍ମୀ ଭିଡ଼ ପରିଚାଳନା କରିଥିଲେ । ପୁଲିସ ଓ ଅଗ୍ନିଶମ ବାହିନୀ ନିଆଁକୁ ନିୟନ୍ତ୍ରଣ କରିଥିଲେ । ଲୋକଙ୍କ ସହାୟତାରେ ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତ ଦେହଗୁଡିକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି ।

Show More

Related Articles

Back to top button