Breaking PLUSଓଡ଼ିଶାଦେଶମୁଖ୍ୟ ଖବର

ଶ୍ରୀରାମ ମନ୍ଦିରରେ ଧର୍ମଧ୍ବଜା ସ୍ଥାପନ

ଅଯୋଧ୍ୟା- ଶ୍ରୀରାମ ମନ୍ଦିରରେ ଧର୍ମଧ୍ବଜା ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଅବସରରେ ମୋଦୀ କହିଛନ୍ତି ଧର୍ମଧ୍ବଜା ଭାରତୀୟ ସଭ୍ୟତାର ପୁନଃ ଜାଗରଣର ପ୍ରତୀକ। ଏହା ହେଉଛି ପ୍ରତିଶ୍ରୁତି ପାଳନର ପ୍ରତୀକ। ବିଗତ ୧୧ ବର୍ଷରେ ସବୁ ବର୍ଗକୁ ବିକାଶରେ ଯୋଡାଯାଇଛି। ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତର ସ୍ଵପ୍ନ ପୂରଣ କରାଯିବ। ଆମେ ନଥିଲା ବେଳେ ଏହି ଦେଶ ଥିଲା। ତେଣୁ ଆମକୁ ଭବିଷ୍ୟତ ପିଢି ପାଇଁ କାର୍ଯ୍ୟ କରିବାକୁ ପଡିବ। ଭାରତ ହେଉଛି ଲୋକତନ୍ତ୍ରର ଜନନୀ, ଯାହା ଆମ ଡିଏନ୍‌ଏରେ ରହିଛି।
ପୂର୍ବରୁ ନିର୍ଦ୍ଧାରିତ ଅନୁସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅଯୋଧ୍ୟା ରାମ ମନ୍ଦିରରେ ଧ୍ଵଜା ଆରୋହଣ କରିଛନ୍ତି । ପ୍ରଥମେ ଅଯୋଧ୍ୟାରେ ପହଞ୍ଚି ପ୍ରଧାନମନ୍ତ୍ରୀ ମୋଦୀ ସପ୍ତମନ୍ଦିରରେ ଶକ୍ତିପୀଠ ଦର୍ଶନ କରିଥିଲେ । ଏହା ପରେ ଧ୍ଵଜା ଆରୋହଣ କାର୍ଯ୍ୟକ୍ରମରେ ଯୋଗ ଦେଇ ଧ୍ଵଜା ଆରୋହଣ କରିଛନ୍ତି । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ରାଜ୍ୟପାଳ ଆନନ୍ଦିବାନ୍ ପଟେଲ ଏବଂ ଆରଏସଏସ ମୁଖ୍ୟ ମୋହନ ଭଗବତ ଏହି ଉତ୍ସବରେ ମୋଦୀଙ୍କ ସହ ଯୋଗଦେଇଛନ୍ତି ।

Show More

Related Articles

Back to top button