Breaking PLUSଓଡ଼ିଶାମୁଖ୍ୟ ଖବର
ଆରମ୍ଭ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ
ଭୁବନେଶ୍ୱର- ଆରମ୍ଭ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ । ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରାଯାଇଛି ।
ମୋହନ ଚରଣ ମାଝୀ। ଦୁଇ ପୂର୍ବତନ ସଦସ୍ୟଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ପୂର୍ବତନ ସଦସ୍ୟ ହେମେନ୍ଦ୍ର ମହାପାତ୍ର , କୃଷ୍ଣଚନ୍ଦ୍ର ମଲ୍ଲିକ ଏବଂ ପୂର୍ବତନ କନଷ୍ଟେବଳ ସରୋଜ ପ୍ରଧାନଙ୍କ ପାଇଁ ମଧ୍ୟ ଶୋକ ପ୍ରସ୍ତାବ ଆଗତ ହୋଇଛି।
ଶୋକ ପ୍ରସ୍ତାବକୁ ସମର୍ଥନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ , କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଏବଂ ସିପିଆଇଏମ୍ ବିଧାୟକ ଲକ୍ଷ୍ମଣ ମୁଣ୍ଡା। ୧ ମିନିଟ୍ ନିରବ ପ୍ରାର୍ଥନା ପରେ ୪ଟା ୩୦ ଯାଏଁ ମୁଲତବୀ ଘୋଷଣା କରାଯାଇଛି। ଆଜି ଗୃହରେ ଅଭିଭାଷଣ ରଖିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।



