ଓଡ଼ିଶାମୁଖ୍ୟ ଖବରଶିକ୍ଷା

ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଲେନି ୯୯୩୦ ଛାତ୍ରଛାତ୍ରୀ: ଗଣଶିକ୍ଷା ମନ୍ତ୍ରୀ

ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଲକ୍ଷଣୀୟ ସଂଖ୍ୟକ ଛାତ୍ରଛାତ୍ରୀ ଅନୁପସ୍ଥିତ ରହିଥିବା ସୂଚନା ମିଳିଛି। ଏବେବର୍ଷ ୫ ଲକ୍ଷ ୪୬ ହଜାର ୮୭୬ ଜଣ ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ନାମଲେଖା କରିଥିବାବେଳେ, ସେମାନଙ୍କ ମଧ୍ୟରୁ ୫ ଲକ୍ଷ ୩୬ ହଜାର ୯୪୬ ଜଣ ପରୀକ୍ଷାରେ ଅଂଶଗ୍ରହଣ କରିଛନ୍ତି। ଫଳରେ, ୯,୯୩୦ ଜଣ ଛାତ୍ରଛାତ୍ରୀ ବିଭିନ୍ନ କାରଣରୁ ପରୀକ୍ଷାରେ ଅନୁପସ୍ଥିତ ରହିଛନ୍ତି।
ଏହି ସମ୍ପର୍କରେ ବିଧାନସଭାରେ ବିଧାୟିକା ଉପାସନା ମହାନ୍ତିଙ୍କ ପ୍ରଶ୍ନର ଉତ୍ତରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ତଥ୍ୟ ଉପସ୍ଥାପନ କରିଥିଲେ।
ସେହିପରି, ରାଜ୍ୟର ଶିକ୍ଷା ପରିକାଠାମୋ ନେଇ ମଧ୍ୟ ଚିନ୍ତାଜନକ ଚିତ୍ର ପ୍ରକାଶ ପାଇଛି। ରାଜ୍ୟର ୧୯ ହଜାର ୮୮୩ଟି ସ୍କୁଲରେ ଡେସ୍କ ଓ ବେଞ୍ଚ୍‌ର ଅଭାବ ଥିବାରୁ ଛାତ୍ରଛାତ୍ରୀମାନେ ତଳେ ବସି ପାଠପଢ଼ା କରୁଛନ୍ତି।
ମନ୍ତ୍ରୀ କହିଛନ୍ତି ଯେ, ସ୍କୁଲଗୁଡିକରେ ଡେସ୍କ ଓ ବେଞ୍ଚ୍‌ର ବ୍ୟବସ୍ଥା କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଉଛି। ଶିକ୍ଷା ପରିବେଶକୁ ଉନ୍ନତ କରିବା ଦିଗରେ ସରକାର ଗୁରୁତ୍ୱ ଦେଉଛନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button